କପିଳାଶ ଜାଗର ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନର ଗାଇଡ଼ ଲାଇନ
କପିଳାଶ

ଆସନ୍ତା ମାର୍ଚ୍ଚ ୧୧ରେ କପିଳାଶ ଜାଗର ଯାତ୍ରାରେ ଜିଲ୍ଲା ବାହାର ଲୋକଙ୍କୁ ମନା । ପ୍ରସ୍ତୁତି ବୈଠକରେ ପ୍ରାରମ୍ଭିକ ନିଷ୍ପତି । ଅଧିକ ପଢନ୍ତୁ...

ଢେଙ୍କାନାଳ: ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଢେଙ୍କାନାଳର କପିଳାଶରେ ଆସନ୍ତା ମାର୍ଚ୍ଚ ୧୧ ତାରିଖରେ ଜାଗର ଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ପ୍ରତ୍ୟେକ ବର୍ଷ ପ୍ରଭୁ ଚନ୍ଦ୍ରଶେଖରଙ୍କ ଏହି ଜାଗର ଯାତ୍ରା ଅବସରରେ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ମାତ୍ର ଚଳିତ ବର୍ଷ କୋରୋନା ସଂକ୍ରମଣ ଆଶଙ୍କା ରହିଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି ।

କପିଳାଶ ଜାଗର ଯାତ୍ରା ପାଇଁ ଜିଲ୍ଲା ପ୍ରଶାସନର ଗାଇଡ଼ ଲାଇନ

ଏଥିପାଇଁ ସୋମବାର ଜାଗର ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ତେବେ କୋରନା ସଂକ୍ରମଣ ଆଶଙ୍କା କରି ଚଳିତ ବର୍ଷ ଜାଗର ଯାତ୍ରାରେ ଜିଲ୍ଲା ବାହାର ଲୋକଙ୍କୁ କପିଳାଶ ପୀଠକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ତେବେ ଆସନ୍ତା ମାର୍ଚ୍ଚ ମାସରେ ସ୍ଥିତିକୁ ଦେଖି ପରେ ପୀଠର ଜାଗର ଯାତ୍ରା କିପରି ହେବ ସେ ସମ୍ପର୍କରେ ଚୂଡାନ୍ତ ନିଷ୍ପତି ନିଆଯିବ ବୋଲି ଢେଙ୍କାନାଳ ଜିଲ୍ଲାପାଳ ପ୍ରକାଶ କରିଛନ୍ତି ।

ଢେଙ୍କାନାଳରୁ ଉର୍ମିଳା ପାତ୍ର, ଇଟିଭି ଭାରତ

    About us Privacy Policy
    Terms & Conditions Contact us

    • ETV
    • ETV
    • ETV
    • ETV

    Copyright © 2021 Ushodaya Enterprises Pvt. Ltd., All Rights Reserved.
    ETV

    INSTALL APP

    ETV

    CHANGE STATE

    ETV

    SEARCH

    ETV

    MORE

      • About us
      • Privacy Policy
      • Terms & Conditions
      • Contact us
      • Feedback

      Copyright © 2021 Ushodaya Enterprises Pvt. Ltd., All Rights Reserved.