ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକ ଉଦ୍ଧାର
ରକ୍ତ

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକ ଉଦ୍ଧାର । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ହାଟପଦା ସାହି ନିକଟରେ ଘଟିଛି ଘଟଣା । ଅଧିକ ପଢନ୍ତୁ...

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ହାଟପଦା ସାହି ନିକଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ଯୁବକ ଉଦ୍ଧାର । ଯୁବକଙ୍କ ବେକ ଓ ହାତକୁ କଟାଯାଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି । ଯୁବକଟି ସ୍ଥାନୀୟ ଅଞ୍ଚଳର ବ୍ରହ୍ମେଶ୍ବର ମୁଳି ହୋଇଥିବା ଜଣାପଡିଛି । ବ୍ରହ୍ମେଶ୍ବରଙ୍କ ଏଭଳି ଅବସ୍ଥାର କାରଣ ଅସ୍ପଷ୍ଟ ରହିଥିବାବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି ।

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକ ଉଦ୍ଧାର

ସୂଚନାଯୋଗ୍ୟ, ବ୍ରହ୍ମେଶ୍ବର ନିଜ ମାଆଙ୍କ ଠାରୁ କିଛି ଟଙ୍କା ନେଇ ଦୋକାନକୁ ଯାଇଥିଲେ । ହେଲେ ଦୀର୍ଘ ସମୟ ବିତିଯାଇଥିଲେ ମଧ୍ୟ ଆଉ ଘରକୁ ଫେରିନଥିଲେ । ପରେ ହାଟପଦା ସାହି ନିକଟସ୍ଥ ଏକ ପଡିଆରେ ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିରହିଥିବା ଖବର ପାଇବା ପରେ ପରିବାର ଲୋକେ ତାଙ୍କୁ ତୁରନ୍ତ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଭଞ୍ଜନଗରରୁ ରଞ୍ଜନ ସ୍ବାଇଁ, ଇଟିଭି ଭାରତ

    About us Privacy Policy
    Terms & Conditions Contact us

    • ETV
    • ETV
    • ETV
    • ETV

    Copyright © 2021 Ushodaya Enterprises Pvt. Ltd., All Rights Reserved.
    ETV

    INSTALL APP

    ETV

    CHANGE STATE

    ETV

    SEARCH

    ETV

    MORE

      • About us
      • Privacy Policy
      • Terms & Conditions
      • Contact us
      • Feedback

      Copyright © 2021 Ushodaya Enterprises Pvt. Ltd., All Rights Reserved.