ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ, ଜଣେ ମୃତ
ଭାରସାମ୍ୟ

ମୟୂରଭଞ୍ଜ ଜିଲ୍ଲା ଘୋଡାଘାଟି ନିକଟରେ ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ । ବାଇକ ଆରୋହୀ ମୃତ । ଅଧିକ ପଢନ୍ତୁ...

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ଅନ୍ତର୍ଗତ ସାତକୋଶିଆ ସ୍ଥିତ ଘୋଡ଼ାଘାଟି ନିକଟରେ ଦୁର୍ଘଟଣା ଘଟିଛି । ଏଥିରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ବାଇକଟି ଭାରସାମ୍ୟ ହରାଇ ଗଛରେ ଧକ୍କା ଦେବା ଫଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ।

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ, ଜଣେ ମୃତ

ମୃତ ବାଇକ ଚାଳକ ଜଣକ ଆନନ୍ଦପୁର ଥାନା ଅନ୍ତର୍ଗତ କାଠକଟା ଗ୍ରାମର ଦୁମ୍ବି ହନହଗା ବୋଲି ଜଣାପଡ଼ିଛି । ଦୁମ୍ବି ବାଇକ ଯୋଗେ ଠାକୁରମୁଣ୍ଡା ବ୍ଲକ ଜରକ ଗ୍ରାମପଞ୍ଚାୟତ ଖୁଦିଶିଳା ଗ୍ରାମରେ ଥିବା ନିଜ ଭଉଣୀ ଘରକୁ ଆସୁଥିଥିଲେ । ଏହି ସମୟରେ ତୁମ୍ବି ଭାରସାମ୍ୟ ହରାଇ ରାସ୍ତାକଡରେ ଥିବା ଏକ ଗଛକୁ ଧକ୍କା ଦେଇ ଗୁରୁତର ଆହତ ହୋଇଥିଲେ । ସେଠାରୁ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମହୁଲଡିହା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ରାଇରଙ୍ଗପୁରରୁ ସୁଶାନ୍ତ କୁମାର ପାତ୍ର, ଇଟିଭି ଭାରତ

    About us Privacy Policy
    Terms & Conditions Contact us

    • ETV
    • ETV
    • ETV
    • ETV

    Copyright © 2021 Ushodaya Enterprises Pvt. Ltd., All Rights Reserved.
    ETV

    INSTALL APP

    ETV

    CHANGE STATE

    ETV

    SEARCH

    ETV

    MORE

      • About us
      • Privacy Policy
      • Terms & Conditions
      • Contact us
      • Feedback

      Copyright © 2021 Ushodaya Enterprises Pvt. Ltd., All Rights Reserved.